
୦୬ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ବନମହୋତ୍ସବ ସପ୍ତାହ ଉପଲକ୍ଷେ ଆଦିବାସୀ ମଂଗଳ ବିଭାଗ ପରିଚାଳିତ ଦଶପଲ୍ଲା ବ୍ଳକ୍ ର ବୁଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ( ବୁଗୁଡା କନ୍ୟାଶ୍ରମ ) ପରିସରରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଣିଗୋଛା ବନ୍ୟପ୍ରାଣୀ ବନାଂଚଳ ( ପଶ୍ଚିମ ) ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଅନ୍ତେବାସୀ ଛାତ୍ରୀମାନେ ପ୍ରତ୍ୟେକ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରି ଥିଲେ ଓ ତାହାର ଯତ୍ନ ନେବାପାଇଁ ନିଷ୍ପତ୍ତି ମଧ୍ୟ ନେଇଥିଲେ ।

ଏହି କାର୍ଯ୍ୟକ୍ରମ ରେ ବନାଂଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆରସିଂହ ଯୋଗ ଦେଇଥିବା ବେଳେ, ବନପାଳ ଦୀପ୍ତିରଂଜନ ଆଚାର୍ଯ୍ୟ, ପ୍ରଧାନ ଶିକ୍ଷୟିତ୍ରୀ ନମିତା ସ୍ବାଇଁ କଂ ପ୍ରତ୍ୟକ୍ଷ ତତ୍ବାବଧାନରେ ଶତାଧିକ ବୃକ୍ଷ ରୋପଣ ହୋଇଥିଲା । ପ୍ରକାଶ ଥାଉକି ବନାଂଚଳ ଅଧିକାରିଣୀ କଂ ନିର୍ଦ୍ଦେଶ କ୍ରମେଃ ,
