
୧୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> କୁପୋଷଣ ଏକ ସାମାଜିକ ବ୍ୟାଧି।ଏହାକୁ ସାମୁହିକ ଉଦ୍ୟମ ରେ ଦୂର କରିବା ଆବଶ୍ୟକ।ସେଥିପାଇଁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ୟୁନିସେଫର ସହଭାଗିତା ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ବୋଲି କହିଛନ୍ତି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ମତବ୍ୟକ୍ତ କରିଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ, ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ,ମିଶନ ଶକ୍ତି ଓ ୟୁନିସେଫ ଓଡିଶା ଶାଖା ର ମିଳିତ ସହଯୋଗରେ ଜିଲ୍ଲା ସ୍ତରୀୟ ଶିଶୁଙ୍କ ଓଜନ ଏବଂ ଉଚ୍ଚତା ନିରୀକ୍ଷଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

