
୧୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବିଶାଖାପାଟଣା :-> ବିଶାଖାପାଟଣାଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ବାହୁଡା଼ ଯାତ୍ରା ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଲସନସ ବେ କଲୋନୀସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପ ଉପରେ ବିରାଜମାନ ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ ସକାଳେ ସ୍ବତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ କରାଯାଇଥିଲା। ଦିନ ୪ ଟା ବେଳେ ଚାରି ଠାକୁରଙ୍କୁ ବାଦ୍ୟ ଓ କୀର୍ତ୍ତନର ତାଳେ ତାଳେ ଧାଡ଼ି ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ସୁନ୍ଦର, ସୁଶୋଭିତ ଓ ରଙ୍ଗବେରଙ୍ଗ କପଡ଼ାରେ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା।

