ଥୁଆମୁଲ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

୨୨  ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :->  ଥୁଆମୂଳ ରାମପୁର ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ଵଜିତ ଦାସ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Exit mobile version