Home ଓଡ଼ିଶା ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ : ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି – ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଓଡିଶା ବଜେଟ ୨୦୨୪-୨୫ : ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ – ମୁଖ୍ୟମନ୍ତ୍ରୀ ୨୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିଛନ୍ତି । ବଜେଟ ଅଭିଭାଷଣ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିକଶିତ ଭାରତ ଗଠନ ପାଇଁ ବିକଶିତ ଓଡିଶା ଗଠନ କରିବା ଜରୁରୀ ଅଟେ । ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟ ପରିମାଣକୁ ୧୫% ବୃଦ୍ଧି କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ବଜେଟ ପରିମାଣ ଥିଲା ୨ ଲକ୍ଷ ୫୫ ହଜାର କୋଟି ଟଙ୍କା । ପ୍ରଥମେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରିବା ଅସମ୍ଭବ । କୃଷି ଓ କୃଷିକ୍ଷେତ୍ର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩୩ ହଜାର ୯୧୯ କୋଟି ଟଙ୍କାର ପ୍ରସ୍ତାବ ଆଗତ କରିଛନ୍ତି । ୨୦୨୩-୨୪ ବଜେଟ ତୁଳନାରେ ଏହି ପରିମାଣ ୧୫% ଅଧିକ । ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ବଜେଟର ପରିମାଣ ୨୪ ହଜାର ୮୨୯ କୋଟି ଥିଲା । କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ବଜେଟ ଆହତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଣିକି ଧାନ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ କ୍ରୟ କରାଯିବ ଯାହା ଧାର୍ଯ୍ୟ ନ୍ୟୁନତମ ସହାୟକ ମୂଲ୍ୟ ଠାରୁ ୮୦୦ ଟଙ୍କା ଅଧିକ । ଅନ୍ୟପକ୍ଷରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଜେଟରେ ନୂଆ ଯୋଜନା ‘ସିଏମ୍ କିଷାନ’ ବିଷୟ ଘୋଷଣା କରିଛନ୍ତି । ଏଥି ପାଇଁ ୧ ହଜାର ୯୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସେହିପରି ସମୃଦ୍ଧ କୃଷକ ଯୋଜନା ବାବଦକୁ ୫ ହଜାର କୋଟି ଏବଂ ଶ୍ରୀଅନ୍ନ ଯୋଜନା ପାଇଁ ୬୪୯ କୋଟି ଟଙ୍କା ଘୋଷଣା କରାଯାଇଛି । ସୁଭଦ୍ରା ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ବଜେଟରେ ୧୦ ହଜାର କୋଟିର ବ୍ୟୟବରାଦ କରିଥିବା ବେଳେ ଆଗାମୀ ଦିନରେ ରାଜ୍ୟ ସମବାୟ ନୀତି ପ୍ରଣୟନ କରାଯିବ ବୋଲି କହିଛନ୍ତି । ସେହିପରି ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ ସହ ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ ଶହ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ୨୦୨୭ ସୁଦ୍ଧା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେଥିପାଇଁ ମହିଳା ଓ ଶିଶୁ ବିକାଶ ପାଇଁ ୧୭ ହଜାର ୯୪୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ନିମନ୍ତେ ‘ଯଶୋଦା’ ଯୋଜନାରେ ୮୩ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ସାମାଜିକ ସୁରକ୍ଷା ଅନ୍ତର୍ଗତ ବିଭିନ୍ନ ଯୋଜନାରେ ଭତ୍ତା ପରିମାଣ ମାସିକ ୩ ହଜାର ୫ଶହ ଟଙ୍କାଙ୍କୁ ବୃଦ୍ଧି କରାଯାଇଛି । ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦%ରୁ କମ୍ ହୋଇନଥିବା ଭିନ୍ନକ୍ଷମ ବର୍ଦ୍ଧିତ ଭତ୍ତା ପାଇବେ। ଏଣିକି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବଦଳରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ ନଗଦ ବିହୀନ ସ୍ୱାସ୍ଥ୍ୟ ସେବା ମିଳିପାରିବ । ରାଜ୍ୟରେ ମଧ୍ୟ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ବଜେଟରେ ୨୪୬୨ କୋଟି, କଟକ ଏସ୍ସିବି ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଟଙ୍କା ଘୋଷଣା କରାଯାଇଛି । ଅନ୍ୟପକ୍ଷରେ ଚଳିତ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଥିବା ବେଳେ ୨୦୨୫ରେ ଫୁଲବାଣୀ ଓ ୨୦୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ । ବଜେଟରେ ‘ମୋ ସ୍କୁଲ’ ନାଁ ବଦଳିଛି । ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ନାମରେ ରାଜ୍ୟ ସରକାର ବଜେଟରେ ୩୩୨ କୋଟି ଟଙ୍କା ବ୍ୟୟ ବରାଦ କରିଥିବା ବେଳେ ସ୍କୁଲରେ ଡ୍ରପ୍ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’ ଆରମ୍ଭ କରାଯାଇଛି । ଏଥିରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ତଫସିଲଭୁକ୍ତ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ। ଆଜିର ବଜେଟରେ ୨୦୨୭ ସୁଦ୍ଧା ଭୁବନେଶ୍ବର-ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ରେଳ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏ ଚାଲିବ । ଏହି ପ୍ରକଳ୍ପ ପାଇଁ ୬ ହଜାର ୨୫୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଚଳିତ ବଜେଟରେ ୧ ହଜାର କୋଟି ଟଙ୍କାର ଅନୁଦାନ ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାମକ ନୂଆ ଯୋଜନା ପାଇଁ ୧ ହଜାର କୋଟି ଟଙ୍କା ପ୍ରସ୍ତାବ ରଖାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପିଏମ୍ ଆବାସ ପାଉନଥିବା ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇ ଦିଆଯିବ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ଭୁବନେଶ୍ବରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ସହାୟତା ଦିଆଯିବା ବିଷୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ୧ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ରିହାତି, ୨ କିଲୋୱାଟ ପାଇଁ ୬୦ ହଜାର ଓ ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ମିଳିବ। ଅନ୍ୟପକ୍ଷରେ ମେକ୍ ଇନ୍ ଓଡ଼ିଶା ନାଁ ପରିବର୍ତ୍ତନ କରାଯାଇ ‘ଉତ୍କର୍ଷ ଉତ୍କଳ’ ଯୋଜନା କରାଯାଇଛି । ଏହି ଯୋଜନାରେ ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ଯୋଜନା କରାଯାଇଥିବା ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026 କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା by Proprietor Abhimanyu Maharana October 13, 2026