Home ଓଡ଼ିଶା ବିଦାୟୀ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କୁ ବିଦାୟ ସଂବର୍ଦ୍ଧନା : ନବ ନିଯୁକ୍ତ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ ରାଜପୁତଙ୍କୁ ସ୍ୱାଗତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜଭବନଠାରେ ବିଦାୟୀ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ରଙ୍କୁ ବିଦାୟକାଳୀନ ସଂବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ନବ ନିଯୁକ୍ତ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତଙ୍କୁ ସ୍ୱାଗତ ସଂବର୍ଦ୍ଧନା ଜ୍ଞାପନ କରାଯାଇଛି । ତା୩୦.୦୭.୨୦୨୪ରିଖ ମଙ୍ଗଳବାର ଦିନ ରାଜଭବନର ଅଭିଷେକ ହଲ୍ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଦାୟୀ ପ୍ରମୁଖ ଶାସନ ସଚିବ ଶ୍ରୀ ମିଶ୍ରଙ୍କୁ ନୂଆ ଦାୟିତ୍ୱ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଶ୍ରୀ ମିଶ୍ର ରାଜ୍ୟ ପ୍ରଗତିରେ ଉଲ୍ଲେଖନୀୟ ଭୂମିକା ନିଭାଇବେ ବୋଲି ଆଶା କରିଥିଲେ । ଏତଦ୍ବ୍ୟତୀତ ନବ ନିଯୁକ୍ତ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତଙ୍କୁ ମଧ୍ୟ ଶୁଭେଚ୍ଛା ଓ ସଦ୍ଦିଛା ଜଣାଇବା ସହିତ ରାଜଭବନରେ ଗରିମା ବଢ଼ାଇବାରେ ତାଙ୍କର ଦକ୍ଷତା ଓ ଅଭିଜ୍ଞତା ଉପଯୋଗ କରିବେ ବୋଲି କହିଥିଲେ । ରାଜ୍ୟପାଳଙ୍କ ମୁଖ୍ୟ ପରାମର୍ଶଦାତା ସନ୍ତୋଷ କୁମାର ଶତପଥ ଏବଂ ରାଜଭବନର ଅଧିକାରୀ/ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026