Home ଓଡ଼ିଶା ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଡିମିରୀ ଝରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗ୍ରାମବାସୀ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଙ୍କ ମିଳିତ ଆନୁକୁଲ୍ୟରେ ପ୍ରଧାନ ଶିକ୍ଷକ ନବକୃଷ୍ଣ ସାହୁ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଶିକ୍ଷକ କବିରାଜ ବିଶ୍ଵାଳ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ସାହୁ,ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ, କବିତା ଦାଶ, ଅବସରପ୍ରାପ୍ତ ଶିକ୍ଷକ ମଦନ ମୋହନ ପ୍ରଧାନ,ରବୀନ୍ଦ୍ର ଖଣ୍ଡୁଆଳ, ଦୟାନିଧି ପ୍ରଧାନ, ଧୀରେନ୍ଦ୍ର କୁମାର ସାହୁ,ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୀମାଞ୍ଚଳ ସେନାପତି,ସମ୍ପାଦକ ସୁରେଶ ଚନ୍ଦ୍ର ମହାପାତ୍ର,ଶିକ୍ଷୟତ୍ରୀ ସୁଭଦ୍ରା ସାହୁ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ସାହୁ ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା ପ୍ରଧାନଶିକ୍ଷକ ନବକୃଷ୍ଣ ସାହୁ ଙ୍କୁ ଉତ୍ତରୀୟ,ମାନପତ୍ର ଦେଇ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ତତ୍ ସହିତ ସେ କିପରି ଛାତ୍ର ବତ୍ସଳ,ପରୋପକାରୀ ଶିକ୍ଷକ ଥିଲେ ସେ ଉପରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହା ସହିତ ଗ୍ରାମ ର ଦୁଇଜଣ ବୟୋଜ୍ୟୋଷ୍ଠ ବ୍ୟକ୍ତି ବୈକୁଣ୍ଠ ନାଥ ନାୟକ, ରାମଚନ୍ଦ୍ର ପ୍ରଧାନ ଙ୍କୁ ଉତ୍ତରୀୟ , ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା by Proprietor Abhimanyu Maharana October 6, 2026 Chandi Bhandar Unveils the “Aaranya” Edit for Durga Puja by Proprietor Abhimanyu Maharana October 5, 2026 ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 4, 2026 ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ by Proprietor Abhimanyu Maharana October 4, 2026 ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026