Home ଓଡ଼ିଶା ଉତ୍ତରପ୍ରଦେଶରୁ ଆସିବ ଆଳୁ : ପଶ୍ଚିମବଙ୍ଗର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି – ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ଶ୍ରୀ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ । ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ । ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି । ଏଥିସହ ରାଜ୍ୟର ଏକ ପ୍ରତିନିଧି ମଣ୍ଡଳୀ ଖୁବଶୀଘ୍ର ଉତ୍ତରପ୍ରଦେଶ ଗସ୍ତ କରିବ । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାର ଅସ୍ମିତା ରକ୍ଷା ସହ ପଡ଼ୋଶୀ ରାଜ୍ୟ ଉପରେ ଆଳୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଆଳୁ ସହ ଅନ୍ୟାନ୍ୟ ସାମଗ୍ରୀ ଉତ୍ପାଦନ ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଓଡ଼ିଶା ବ୍ୟବସାୟୀ ଏବଂ ବିଭିନ୍ନ ସଂଘର ଅନୁରୋଧକୁ ରକ୍ଷା କରି ଉତ୍ତରପ୍ରଦେଶରୁ ଆଳୁ ଆଣିବା ପାଇଁ ସରକାର ପଦକ୍ଷେପ ନେଇଥିବା ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026