Home ଓଡ଼ିଶା ମୋହନା ହିଲ-ଟପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରିଡ଼ା ଶିକ୍ଷକ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ… by Proprietor Abhimanyu Maharana 2 years ago Share on FacebookShare on TwitterWhatsapp 0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦ଼ୟଗିରି :-> ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲ-ଟପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର କ୍ରିଡ଼ା ଶିକ୍ଷକ ମିନକେତନ ମିଶ୍ରଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସିମାଞ୍ଚଳ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ପୁର୍ବତନ ସମ୍ପାଦକ ଦଣ୍ଡାସି ସାହୁ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ମାର୍ସେଲ ନାୟକ , ସମ୍ମାନୀତ ଅତିଥି ଭାବେ ମୋହନା ଉନ୍ନୟନ ପରିଷଦର ସଭାପତି ମଧୁସୁଦନ ପାଢୀ , ଅବସରପ୍ରାପ୍ତ ଶିକ୍ଷକ ପ୍ରଶାନ୍ତ ବୀର , ଅଧ୍ୟାପକ ଭଗବାନ ବିଷୋୟୀ, ପିସ୍ ଅନୁଷ୍ଠାନର ନିର୍ଦ୍ଦେଶକ ଭିକାରୀ ଚରଣ ବେହେରା , ସମାଜସେବୀ ପ୍ରମିଳା ପଣ୍ଡା , ସ୍ବତନ୍ତ୍ର ଅତିଥି ଭାବେ ଯୁକ୍ତ ୩ ର ଅଧ୍ୟକ୍ଷ ସୁଭ୍ରକାନ୍ତ ମହାନ୍ତି ଓ ରାମଗିରି କ୍ରିଡ଼ା ଶିକ୍ଷକ ମାଧବ ଭାଇ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଅବସର କାଳୀନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ଅଧ୍ୟାପକ ଅନିଲ କୁମାର ତ୍ରିପାଠି, ଏସ.ରମେଶ। ଏହି ଅବସରରେ ଛାତ୍ରୀ, ଛାତ୍ର ମାନେ ଓ ଅନୁଷ୍ଠାନ ର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ବିଦ୍ୟାଳୟ ର କ୍ରିଡ଼ା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ । ଅବସର ପ୍ରାପ୍ତ ଅଧ୍ୟାପକ ଶ୍ରୀ ମିଶ୍ର ନିଜ କାର୍ଯ୍ୟକାଳ ମଧ୍ୟରେ ସମସ୍ତଙ୍କ ସହଯୋଗ ପାଇ ଥିବାରୁ ଅନୁଷ୍ଠାନର କର୍ମଚାରୀ ଏବଂ ଛାତ୍ରୀ ଛାତ୍ର ମାନଙ୍କୁ କୃତଜ୍ଞତା ଜଣାଇଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା by Proprietor Abhimanyu Maharana October 4, 2026 ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର by Proprietor Abhimanyu Maharana October 4, 2026 ଇଟାମାଟିରେ ରକ୍ତଦାନ ଶିବିର by Proprietor Abhimanyu Maharana October 4, 2026 ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026