Home ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଭିତ୍ତିଭୂମି ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କ୍ଷମତାପ୍ରାପ୍ତ କମିଟିର ୬୨ତମ ବୈଠକ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କ୍ଷମତାପ୍ରାପ୍ତ କମିଟିର ୬୨ତମ ବୈଠକ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ କମିଟିର ସଦସ୍ୟ ରହିଥିବା ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ । ଅର୍ଥ ବିଭାଗ ତରଫରୁ ଆହୂତ ଏହି ବୈଠକରେ ଗତ ୨୦୨୩ ସେପ୍ଟେମ୍ବର ୨୫ ତାରିଖ, ଡିସେମ୍ବର ୧୯ତାରିଖ ଏବଂ ୨୦୨୪ ମାର୍ଚ୍ଚ ୪ ତାରିଖରେ ଅନୁଷ୍ଠିତ କମିଟିର ଯଥାକ୍ରମେ ୫୯ତମ, ୬୦ ତମ ଏବଂ ୬୧ ତମ ବୈଠକରେ ହୋଇଥିବା ନିଷ୍ପତ୍ତିର କାର୍ଯ୍ୟାନୁଷ୍ଠାନ ସଂପର୍କରେ ବିବରଣୀ ଉପସ୍ଥାପନ କରାଯାଇଥିଲା । ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ବାଣିଜ୍ୟ ଓ ପରିବହନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟାଗ, କୃଷି ବିଭାଗ, ଶକ୍ତି, ଜଙ୍ଗଲ ଓ ପରିବେଶ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଆଦି ସଂପର୍କିତ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଅଗ୍ରଗତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ପ୍ରସ୍ତାବ, କାର୍ଯ୍ୟାନ୍ୱୟନ ସ୍ଥିତିରେ ଥିବା ପ୍ରକଳ୍ପଗୁ଼ଡ଼ିକର ଅଗ୍ରଗତି ସଂପର୍କରେ ଅନୁଧ୍ୟାନ କରିବା ସହ ପରବର୍ତ୍ତୀ ପଦକ୍ଷେପ ପାଇଁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026