Home ଓଡ଼ିଶା କନ୍ଧମାଳରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ରାଜ୍ୟର ଅନ୍ୟତମ ପଛୁଆ ଜିଲ୍ଲା ଭାବେ ଜଣାଶୁଣା । ଶିକ୍ଷା, ସ୍ବାସ୍ଥ୍ୟ ସବୁ ଦୃଷ୍ଟିରୁ ଏହି ଜିଲ୍ଲା ଅନେକ ପଛରେ ରହିଛି । କେନ୍ଦ୍ର ସରକାର କନ୍ଧମାଳର ବିକାଶ ପାଇଁ ଏହାକୁ ଆକାଂକ୍ଷୀ ଜିଲ୍ଲା ତାଲିକାରେ ସାମିଲ କରିଛନ୍ତି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଜିଲ୍ଲା ଶିକ୍ଷା କ୍ଷେତ୍ରରେ ପଛୁଆ ରହିଛି । ଜିଲ୍ଲାର ଭିତ୍ତିଭୂମି ଅତି ଦୁର୍ବଳ । ପ୍ରାଥମିକଠାରୁ ଆରମ୍ଭ କରି ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ କୌଣସି ସ୍ତରରେ ଗୁଣାତ୍ମକ ଶିକ୍ଷାଦାନର ସୁବିଧା ନାହିଁ । ଜିଲ୍ଲାରେ କୌଣସି ବଡ ଧରଣର ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ନାହିଁ । ଏହି ଦୃଷ୍ଟିରୁ ଫୁଲବାଣୀ ଠାରେ ଏକ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସ୍ଥାପନ ପାଇଁ ଦାବି କରିଛନ୍ତି କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ । ଗୁରୁବାର ଲୋକସଭାରେ ଏ ବିଷୟ ଉପସ୍ଥାପନ କରି ସାଂସଦ କହିଛନ୍ତି, ବର୍ତ୍ତମାନ ଓଡିଶାରେ କେବଳ କୋରାପୁଟଠାରେ ଏକ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ରହିଛି । ଭୌଗୋଳିକ ଦୃଷ୍ଟିରୁ କନ୍ଧମାଳ ରାଜ୍ୟର କେନ୍ଦ୍ରରେ ଅବସ୍ଥିତ । ତେଣୁ କନ୍ଧମାଳ ଜିଲ୍ଲା ତଥା ସମଗ୍ର ଲୋକସଭା କ୍ଷେତ୍ରର ଶିକ୍ଷାର ବିକାଶ ପାଇଁ ଏଠାରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସ୍ଥାପନ ପାଇଁ ସାଂସଦ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି । ଗତ ୩ ଦିନ ତଳେ ସାଂସଦ କନ୍ଧମାଳ ସଂସଦୀୟ କ୍ଷେତ୍ରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଉ ୬୦୦ ଟି ମୋବାଇଲ ଟାୱାର ସ୍ଥାପନ ପାଇଁ ଦାବି କରିଥିଲେ । ବିଶେଷ କରି କନ୍ଧମାଳ ଆକାଂକ୍ଷୀ ଜିଲ୍ଲା ଯୋଜନାରେ ସାମିଲ ଥିବାରୁ ଜିଲ୍ଲା ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026