Home ଓଡ଼ିଶା ଶ୍ରାବଣୀ ଯାତ୍ରାର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠ ରେ ଭକ୍ତଙ୍କ ପ୍ରବଳ ଭିଡ଼ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ଶ୍ରାବଣ ମାସର ତୃତୀୟ ସୋମବାର ରେ ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ପବିତ୍ର ଗୁରୁ ପୁର୍ଣ୍ଣିମାରୁ ଆରମ୍ଭ ହୋଇଛି ଏହି ଶ୍ରାବଣ ମାସ । ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ । ସେଇ ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳିଭିଷେକ କରନ୍ତି ଏହି ପବିତ୍ର ମାସରେ । ମନରେ ଅକୁଣ୍ଠ ଭକ୍ତିଭାବ ଓ ବିଶ୍ୱାସ ନେଇ ମହାଦେବଙ୍କ ନିକଟରେ ଜଳିଭିଷେକ କରିଛନ୍ତି କାଉଡ଼ିଆ । ରାଜ୍ୟର ବିଭିନ୍ନ ସ୍ଥାନ ଭଳି କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ଶତାଧିକ କାଉଡ଼ିଆଙ୍କ ଭିଡ଼ ଲାଗିଥିଲା । ସକାଳୁ ସକାଳୁ ବାଲିଗୁଡା ଖଡ଼ଗନଦୀ ଘାଟରେ ଶତାଧିକ କାଉଡ଼ିଆଙ୍କର ଭିଡ଼ ଜମିଥିଲା । ନହୀରୁ ବାଲି ଆଣି ତୁଠରେ ବାଲୁକା ଲିଙ୍ଗ ସ୍ଥାପନା କରି ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବାପରେ ସଙ୍କଳ୍ପ ହୋଇ ଜଳନେଇ କାଉଡ଼ିଆ ମାନେ ବାହାରିଥିଲେ ଶିବାଳୟ ଅଭିମୁଖେ । ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ମଧ୍ୟରେ ଟାଉନର ରାମେଶ୍ୱର ମନ୍ଦିର, ବିରୁପାକ୍ଷ ମନ୍ଦିର, ଦଣ୍ଡପଦରର ଧବଳେଶ୍ୱର ମନ୍ଦିର, ଜାଲେଶପଟ୍ଟାର ଜଳେଶ୍ୱର ମନ୍ଦିର, କ.ନୂଆଗାଁର ରାମେଶ୍ୱର ମନ୍ଦିର, ଚକାପାଦର ବିରୁପାକ୍ଷ ମନ୍ଦିର ଭଳି ବିଭିନ୍ନ ଶୈବ ପୀଠରେ ଶତାଧିକ କାଉଡ଼ିଆ ଙ୍କର ଭିଡ଼ସହ ଜଳ ଲାଗି କରିଥିବା ଦେଖିବାକୁ ମିଳିଛି । ପୂର୍ବରୁ ବାଲିଗୁଡା ଅଞ୍ଚଳରେ କମ୍ ଭକ୍ତ ଏହି ମାସିକ ଶ୍ରାବଣୀ ବ୍ରତ ପାଳୁଥିଲେ । କ୍ରମଶଃ ଭକ୍ତଙ୍କ ମନସ୍କାମନା ପୁରଣ ହେବାସହ ମନରେ ଅଗାଢ଼ ଭକ୍ତି ନେଇ ଧିରେଧିରେ ଏହି ଅଞ୍ଚଳରେ କାଉଡ଼ିଆଙ୍କର ସଂଖ୍ୟା ବଢ଼ିବାରେ ଲାଗିଛି। ବାଲିଗୁଡା ସମେତ ଆଖପାଖ ଅଞ୍ଚଳର ହଜାର ହଜାର କାଉଡ଼ିଆ ବାଲିଗୁଡା ଖଡ଼ଗନଦୀ ସମେତ ବିଭିନ୍ନ ଘାଟରେ ଏକାଠି ହୋଇ ଘାଟରୁ ଜଳନେଇ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ବାହାରିଥାନ୍ତି । ଶ୍ରାବଣ ମାସରେ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୂଣ୍ୟ ମିଳେ। ଏହି ବିଶ୍ବାସ ନେଇ ଦୁର ଦୁରାନ୍ତରୁ କାଉଡ଼ିଆ ଜଳନେଇ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ଶିବାଳୟ ଅଭିମୁଖେ ବାହାରିଥିଲେ। Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026