Home ଓଡ଼ିଶା ଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ପ୍ରାୟ ୪୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେବେ . ଜିଲ୍ଲାସ୍ତରକୁ ସ୍ବାଧୀନତା ଦିବସ ପାଇଁ ଅଧିକ ଅର୍ଥ ବରାଦ କରାଯିବ . ୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଟଣୀ/ଭୁବନେଶ୍ୱର :-> ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ । ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍ବୋଧନ ଦେବେ । ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ । ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଶ୍ରୀମତୀ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026