Home ଓଡ଼ିଶା ନାଚୁଣୀ ମହାବିଦ୍ୟାଳୟ ର ୪୪ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ନାଚୁଣୀ ମହାବିଦ୍ୟାଳୟ ର ୪୪ତମ ପ୍ରତିଷ୍ଠା ଦିବସ ଉତ୍ସବ ମହାବିଦ୍ୟାଳୟ ସ୍ଥିତ ଅଡିଟୋରିୟମ ଗ୍ରୃହରେ ବର୍ଣ୍ଣାଢ଼୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ଅରୁଣ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବର ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଶ୍ରୀ ଶ୍ରୀ ଜଗନ୍ନାଥ ଙ୍କ ବିଗ୍ରହ ରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଅଜିତ୍ ମିଶ୍ରଙ୍କ ନିର୍ଦ୍ଦେଶନାରେ ମହାବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିବା ଅଧ୍ୟଖ୍ୟ ରାଜକିଶୋର ସାହୁଙ୍କ ଦ୍ବାରା ସ୍ବାଗତ ଭାଷଣ ପରେ ଅଧ୍ୟାପକ ବାଙ୍କନିଧି କହଲ ସିଂହ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ।ମୁଖ୍ୟ ଅତିଥି ଭାବେ ଖଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଫେସର ଡ଼ଃ ସନ୍ତୋଷ କୁମାର ରଥ, ସମ୍ମାନିତ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଶିକ୍ଷାବିତ ପ୍ରଫୁଲ୍ଲ କୁମାର ସାହୁ ଏବଂ ମହାବିଦ୍ୟାଳୟ ର ପ୍ରତିଷ୍ଠାତା ଚିଲିକା ର ପ୍ରାକ୍ତନ ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ ପ୍ରମୁଖ ଛାତ୍ର ଛାତ୍ରୀ ମାନଙ୍କୁ ଅଧ୍ୟୟନ ଶୀଳ ହୋଇ ମହାବିଦ୍ୟାଳୟ ର ପରମ୍ପରା ଓ ମର୍ଯ୍ୟାଦା ରକ୍ଷା କରିବାକୁ ଉଦ୍ଵ ଵୋଧନ ଦେଇଥିଲେ । ଏହି ଅବସରରେ ସମ୍ବର୍ଦ୍ଧିତ ପ୍ରତିଭା ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ସମ୍ମାନିତ କରାଯାଇଥିଲା ଏବଂ ମାନପତ୍ର ପାଠ କରିଥିଲେ ଅଧ୍ୟାପିକା ଅରୂପମା ମହାପାତ୍ର। ମଞ୍ଚ ସନ୍ ଯୋଜନା ଓ ପରିଚାଳନା କରିଥିଲେ ଅଧ୍ୟାପକ ସନ୍ତୋଷ କୁମାର ଶତପଥୀ ଏବଂ ଅଧ୍ୟାପିକା ଡଃ ସି ମଞ୍ଜୁ ଲତା। ଧନ୍ୟବାଦ ପ୍ରଦାନ କରିଥିଲେ ଅଧ୍ୟାପକ ଦିଲ୍ଲୀପ କୁମାର ବେହେରା । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026