୦୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ରକ୍ତଦାନ ମହାପୁଣ୍ୟ ଓ ରକ୍ତଦାନ ଜୀବନ ଦାନ। ଆଜିର ଦିନରେ ସମଗ୍ର ଓଡ଼ିଶାରେ ରକ୍ତ ହୀନତା ଜନିତ ରୋଗୀ, ମାତୃତ୍ଵ ଲାଭ କରୁଥିବା ମହିଳା, ଜୀବନର ଅପରାହ୍ନରେ ଉପନୀତ ବ୍ୟକ୍ତି , ସିକଲିନ୍ ପୀଡିତ ରୋଗୀ, ଦୁରାରୋଗ୍ୟ ବ୍ୟାଧି ରେ ପୀଡିତ ରୋଗୀ ଓ ଅପ୍ରତ୍ୟାଶିତ ଦୁର୍ଘଟଣା ର ଶିକାର ହେଉଥିବା ବ୍ୟକ୍ତିମାନଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବା ବେଳେ , ସଠିକ୍ ସମୟରେ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ରହୁଛି ।

