ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ ।

ଓଡିଶା ତାଜା ନ୍ୟୁଜ୍ (୧୧ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ପବିତ୍ର ଜନ୍ମାଷ୍ଟମୀ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ । ହିନ୍ଦୁ ସଂସ୍କୃତିରେ ଏହି ପବିତ୍ର ଦିନର ବେଶ୍‌ ମହତ୍ତ୍ୱ ରହିଛି । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରପଲ୍ଲୀ । ସବୁଠି ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ ।

ସାରା ଭାରତ ନୁହେଁ ବରଂ ସାରା ବିଶ୍ୱରେ ବେଶ ଧୁମଧାମରେ ପାଳିତ ହେଉଛି ଏହି ପର୍ବ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି । ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ ।

ଲୋକମାନେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ବହି ପାଠ କରିଥାନ୍ତି । ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ । ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଭଜନ କୀର୍ତ୍ତନ କରିଥାନ୍ତି । (ଦୀପ୍ତିମାନ ପତି /ବାଲେଶ୍ୱର)

Exit mobile version