୧୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି ଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘ ବର୍ଷ ହେବ ବନ୍ଦ ରହିଛି । ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡି ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ରହିଥିବା ରୁ ଅଞ୍ଚଳ ବାସୀ ବହୁତ ଅସୁବିଧା ସମୁଖୀନ ହେଉଥିବା କହିଛନ୍ତି ।
