ରାଜ୍ୟର ଖଣିଜ ସଂପଦ ଅନ୍ୟ ରାଜ୍ୟକୁ ଚାଲାଣ ପାଇଁ କେନ୍ଦ୍ରର ଉଦ୍ୟମ
ବରଗଡ-ନୂଆପଡା ରେଳ ପ୍ରକଳ୍ପ ସମ୍ବନ୍ଧରେ ଚୁପ୍ କାହିଁକି ?
ସାତ ବର୍ଷ ପୂର୍ବରୁ ଘୋଷିତ ପ୍ରକଳ୍ପକୁ ପୁଣି କ୍ୟାବିନେଟ ମଞ୍ଜୁରୀ
୧୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁୁବନେଶ୍ୱର :-> ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି କହିଛନ୍ତି ଯେ, ବିଗତ ୮ ବର୍ଷ ମଧ୍ୟରେ ଆମ ରାଜ୍ୟ ପାଇଁ କୌଣସି ନୂଆ ରେଳଲାଇନ ମଞ୍ଜୁର ହୋଇନାହିଁ । କିଛି ପ୍ରକଳ୍ପ ବଜେଟରେ ମଞ୍ଜୁରୀ ପାଇ ମଧ୍ୟ, କେନ୍ଦ୍ର ସରକାର ଶୀତଳଭଣ୍ଡାରରେ ରଖି ଦେଇଛନ୍ତି । ଅଣବିଜେପି ଶାସିତ ରାଜ୍ୟମାନଙ୍କ ପ୍ରତି କେନ୍ଦ୍ର ବିଜେପି ସରକାର ଏହି ଆଭିମୁଖ୍ୟ ସଦାବେଳେ ପୋଷଣ କରି ଆସିଛି । ଗୁଣୁପୁର ଥେରୁବାଲି ରେଳଲାଇନ ଏହାର ଜ୍ୱଳନ୍ତ ଉଦାହରଣ । ୨୦୧୭-୧୮ ବଜେଟରେ ଏହା ଅନୁମୋଦନ ହେଇସାରିଥିଲେ ମଧ୍ୟ ଗତ ସାତବର୍ଷ ଧରି କେବଳ ରାଜ୍ୟ ସରକାରଙ୍କୁ ଜମି ଓ ଅର୍ଥ ମାଗିବା ଛଡା କେନ୍ଦ୍ର ସରକାର ଆଉ କିଛି କରିନାହାନ୍ତି । ରାଜ୍ୟ ସରକାର ଜମି ଦେଲା ପରେ ମଧ୍ୟ କୌଣସି କାର୍ଯ୍ୟାରମ୍ଭ ହୋଇନାହିଁ ।
