୧୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ବିଶ୍ଵ ଆଦିବାସୀ ଦିବସ ଅବସରରେ ଗଜପତିର ଗୁମ୍ମା ବ୍ଲକ ତାରଙ୍ଗଡା ପଞ୍ଚାୟତର ପାରଶମ୍ଵା ଠାରେ ଅଖିଳ ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ୍ ମଜଦୂର ସଭା ପକ୍ଷରୁ ମିଳିତ ଭାବେ ସମାବେଶର ଆୟୋଜନ କରାଯାଇଥିଲା । ଏହି ସମାବେଶର ଆଦିବାସୀମାନଙ୍କ ହକ ଓ ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଥିଲା. ସଙ୍ଗଠନର ଜିଲ୍ଲା କମିଟି ସଭ୍ୟ ତଥା ବରିଷ୍ଠ ଆଦିବାସୀ ନେତା କାଡୁକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସମାବେଶରେ ଅଖିଳ ଭାରତ ଆଦିବାସୀ ସଭାର ଆବାହକ କେଦାର ଶବର ମୁଖ୍ୟବକ୍ତା ଭାବେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆଦିବାସୀ ବିରୋଧି ନୀତି ଯୋଗୁଁ ଆଦିବାସୀମାନେ ନିଜର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହେଉଛନ୍ତି ବୋଲି କହିଥିଲେ ।
