୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ଭୁବନେଶ୍ୱରର ଡମଣା, ନୀଳାଦ୍ରୀ ବିହାର ମାଛ ମାର୍କେଟ, ଲେବର କଲୋନୀ, ସୁନ୍ଦରପଦା ଓ ହାଇଟେକ ଛକ ଅଞ୍ଚଳର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ଓଜନ ମାପର ସଠିକତା ଯାଞ୍ଚ କରାଯାଇଛି ।

