୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଭା.ପ୍ର.ସେ. ଆଜି ଯୋଗଦାନ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଭା.ପ୍ର.ସେ.ଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଆଜି ପୂର୍ବାହ୍ନ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମାୟାନୁବର୍ତ୍ତିତା ଅବଲମ୍ବନ ସକାଶେ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀ ମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ନୂତନ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ ।
