୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଲୁକ୍କାୟିତ ପ୍ରତିଭାଙ୍କୁ ଲୋକ ଲୋଚନକୁ ଆଣିବାକୁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆୟୋଜନରେ ସ୍ଥାନୀୟ ସରକାରୀ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ସହ ବିଭିନ୍ନ ବର୍ଗର ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି l ଏହି ପ୍ରତିଯୋଗିତାରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା, କବି ଗୋଦାବରୀଶ ମିଶ୍ର ପ୍ରମୁଖ ବିଚାରକ ଭାବେ ଯୋଗ ଦେଇଥିଲେ l 

