ପୌର ପରିଷଦ ଓ ପଞ୍ଚାୟତ ସମିତି ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା ଯାତ୍ରା

୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ ଆଜାଦ୍ କି ଅମୃତ୍ ମହୋତ୍ସବ ଅଧୀନରେ ଓ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସମନ୍ଵୟ ଓ ମଣ୍ଡଳ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓ ଓ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲୀ ଚରଣ ବେହେରାଙ୍କ ତତ୍ତ୍ଵାବଧାନରେ ମଙ୍ଗଳବାର ପୌର ପରିଷଦ ଓ ପଞ୍ଚାୟତ ସମିତି ହିଞ୍ଜିଳିକାଟୁ ତରଫରୁ ହର୍ ଘର୍ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପୌର ପରିଷଦ ପକ୍ଷରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରୁ ଏକ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହୋଇ ମିନି ଷ୍ଟାଡିୟମରେ ଶେଷ ହୋଇଥିଲା। ହିଞ୍ଜିଳିକାଟୁ ସ୍ଵୟଂ ଶାସିତ ବିଜ୍ଞାନ ମହାବିଦ୍ୟାଳୟ ଓ ସରକାରୀ ଏନ୍ଏସି ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ନିର୍ବାଚିତ ପ୍ରତିନିଧି ଅଂଶ ଗ୍ରହଣ କରିଥିଲେ।

ସ୍ଵାଧୀନତା ଉପଲକ୍ଷେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଲୋକଙ୍କୁ ଉତ୍ସାହିତ କରିବା ଓ ନିଜ ନିଜ ଘରେ ଜାତୀୟ ପତାକା ଲଗାଇ ଦେଶ ପ୍ରୀତି ଜାଗ୍ରତ କରିବା ପାଇଁ ତ୍ରିରଙ୍ଗା ଯାତ୍ରାରେ ଜାତୀୟ ପତାକା ଧାରଣ କରି ଭାରତ ମାତା କି ଜୟ ନାରା ଦେଇଥିଲେ। ପରେ ତ୍ରିରଙ୍ଗା ଦସ୍ତଖତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଥିଲା।ଅନୁରୂପ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରୁ ଏକ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହୋଇ ମିନି ଷ୍ଟାଡିୟମରେ ଶେଷ ହୋଇଥିଲା।

କାର୍ଯ୍ୟକ୍ରମରେ ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,ପୌରାଧ୍ୟକ୍ଷା ସୁଚିତ୍ରା କୁମାରୀ ପଣ୍ଡା, ତହସିଲଦାର ଭିକାରୀ ସାହୁ, ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠୀ, ଅତିରିକ୍ତ ଥାନା ଭାର ପ୍ରାପ୍ତ ଅଧିକାରୀ ପଦ୍ମ ଚରଣ ଭଟ୍ଟ,ଏବିଡ଼ିଓ ଅରୁଣ କୁମାର ପ୍ରଧାନ, ପୌର ଯନ୍ତ୍ରୀ ମୁକେଶ ପ୍ରଧାନ, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଦିଲ୍ଲୀପ କୁମାର ମିଶ୍ର, ନିର୍ବାଚିତ ପ୍ରତିନିଧିଙ୍କ ସମେତ ପୌର କର୍ମଚାରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ।

Exit mobile version