Home ଓଡ଼ିଶା ବାଲିଗୁଡ଼ାରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି : ପୂର୍ବ ସୂଚନା ନଥିବାରୁ ଜନ ପ୍ରତିନିଧି ମାନଙ୍କ କ୍ଷୋଭ ପ୍ରକାଶ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା, ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଜିଲା ଅତିରିକ୍ତ ଆରକ୍ଷୀ ଅଧିକାରୀ ବଳଭଦ୍ର ଦୀପ୍, ଉପ- ଜିଲାପାଳ ଡା. ରୀନା ପ୍ରଧାନ, ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା ପ୍ରମୁଖ ମଂଚାସୀନ ଥିଲେ । ସମୁଦାୟ ୪୯ ଗୋଟି ଅଭିଯୋଗ ମଧ୍ୟରେ ୩୯ ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗର ଶୁଣାଣି ହୋଇଛି I ପଡିକାର୍ଡ, ଆବାସ ଯୋଜନା, ବାଲିଗୁଡା କୁଟିକିଆ,ପଦ୍ମାପଦରକୁ ସଂଯୋଗ କରୁଥିବା ଝୁଲାପୋଲ, ଖମନଖୋଲରେ ଆମ୍ବୁଲାନ୍ସ ସୁବିଧା, ବାରଖମା ମେଡିକାଲରେ ଏକ୍ସରେ ମେସିନ ମରାମତି, ରାସ୍ତାଘାଟ ଆଦି ସମ ଅଭିଯୋଗ ଆସିଥିଲା । ଏହି ଅବସରରେ କିଛି ହିତାଧିକାରୀଙ୍କୁ ହୁଇଲଚେୟାର ଓ ଟ୍ରାଇସାଇକେଲ ଏବଂ ଦୁଇଜଣଙ୍କୁ ନୂତନ ବିଧବା ଭତ୍ତା ଦିଆଯାଇଛି । ଅନ୍ୟପଟେ ଅଭିଯୋଗ ଶୁଣାଣି ସମ୍ପର୍କରେ ପୂର୍ବରୁ ପୂର୍ବ ସୂଚନା ଦିଆଯାଇ ନଥିବାରୁ ବାଲିଗୁଡା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧ ପରିଷଦ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି । କାର୍ଯ୍ୟକ୍ରମ ସମ୍ପର୍କରେ ପୂର୍ବରୁ ସୂଚନା ଦିଆଯାଇଥିଲେ ଆମ ଅଞ୍ଚଳର ସମସ୍ୟା ଲୋକେ ଉପସ୍ଥାପନ କରି ପାରିଥାନ୍ତେ । କିନ୍ତୁ ତାହା ହୋଇପାରି ହୋଇପାରିଲା ନାହିଁ ବୋଲି ପରିଷଦର ସଭାପତି ତାପ ମଲ୍ଲିକ, ଉପସଭାପତି ପରମାନନ୍ଦ ନାୟକ, ସମ୍ପାଦକ ଅଶୋକ ମଳିକ, କୋଷାଧକ୍ଷ ଜାନକୀ କହଁର, ଉପଦେଷ୍ଟା ରଘୁନାଥ ମଳିକଙ୍କ ସମେତ ଅନ୍ୟ ସଦସ୍ୟ ମାନେ କ୍ଷୋଭ ପ୍ରକାଶ କରିଛନ୍ତି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026