Home ଓଡ଼ିଶା ଘରେ ଘରେ ତ୍ରିରଙ୍ଗା ଅଭିଯାନ : ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp • ଅଭିଯାନରେ ସାମିଲ ହେଲେ ବିଦ୍ୟାଳୟର ଶହ ଶହ ଛାତ୍ରଛାତ୍ରୀ • ଜିଲ୍ଲାପାଳ ଦେଲେ ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି I ଏହି ଅବସରରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟଠାରୁ ବାରିପଦା ଷ୍ଟାଡିଅମ ପର୍ଯ୍ୟନ୍ତ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଯୋଗ ଦେଇ ଏହି ରାଲିକୁ ଶୁଭାରମ୍ଭ କରିବା ସହିତ କାନଭାସରେ ଜୟ ହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖିବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସୂଚନାଯୋଗ୍ୟକି, ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯାଉଛି। ଜିଲ୍ଲାପାଳ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ କେନ୍ଦୁଝର ଜିଲ୍ଲାବାସୀଙ୍କୁ ନିବେଦନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ବାରିପଦା ଉପଜିଲ୍ଲାପାଳ ଶ୍ରୀ ଈଶ୍ବର ଚନ୍ଦ୍ର ନାଏକ, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଶାନ୍ତନୁ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଅନନ୍ତ ପ୍ରସାଦ ସେଠୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଅବନୀ ମୋହନ ମହାନ୍ତି ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅବିନାଶ ପାଣି ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । Categories: ଓଡ଼ିଶା, ମୟୁରଭଞ୍ଜ, ହୋମ୍ Related Content ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା by Proprietor Abhimanyu Maharana September 9, 2026 TPNODL launches ‘Solar Rath’ campaign in Baleshwar to accelerate rooftop solar adoption by Proprietor Abhimanyu Maharana September 9, 2026 TPWODL Joins 3rd National Lok Adalat to Facilitate Resolution of Electricity Theft Cases by Proprietor Abhimanyu Maharana September 9, 2026 ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ by Proprietor Abhimanyu Maharana September 9, 2026 ନୂଆ ଓଡ଼ିଆ ଚଳଚ୍ଚିତ୍ର "ଜଙ୍ଖ" ର ଟାଇଟିଲ ଘୋଷଣା by Proprietor Abhimanyu Maharana September 9, 2026 ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା by Proprietor Abhimanyu Maharana September 9, 2026