୧୪ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୭୮ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ବୁଧବାର ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ସ୍ଥାନୀୟ ଉପଜିଲ୍ଲାପାଳ ଡ଼. ରୀନା ପ୍ରଧାନ ସବୁଜ ପତାକା ଦେଖାଇ ଏହି ଦୌଡ଼ ପ୍ରତିଯୋଗିତା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

