Home ଓଡ଼ିଶା ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ରେ ସ୍ୱାଧୀନତା ଦିବସ ପାଳିତ : ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ – ସଂଗ୍ରାମୀ ଙ୍କ ଦାୟାଦ ଙ୍କୁ ମଧ୍ୟ ସମ୍ମାନିତ କଲେ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଶ୍ରୀ ପଟନାୟକ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦାୟାଦ ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ l ୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି. ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ କରିଥିଲେ l ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଆୟୋଜିତ ସଭା ରେ ଯୋଗ ଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ,ଉତ୍କଳ ଗୌରବ ମଧୁସୂଦନ ଦାସ ଏବଂ ବିଜୁ ବାବୁଙ୍କ ଫଟୋ ଚିତ୍ର ରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ସମ୍ମାନ ଜଣାଇଥିଲେ l ଏହି ଅବସରରେ ଶ୍ରୀ ପଟନାୟକ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦାୟାଦ ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ. ସମ୍ବର୍ଦ୍ଧିତ ହୋଇଥିବା ବ୍ୟକ୍ତିତ୍ୱ ମାନେ ହେଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜୟକୃଷ୍ଣ ମହାନ୍ତି ଓ କିରଣ ବାଳା ମହାନ୍ତି ଙ୍କ କନ୍ୟା ସୁମିତ୍ରା ଜେନା, ଧାମନଗର ର ବିଶିଷ୍ଟ ସଂଗ୍ରାମୀ ମୁରଲୀଧର ଜେନାଙ୍କ ବୋହୁ ମମତା ଜେନା l ବିଶିଷ୍ଟ ସଂଗ୍ରାମୀ ନୀଳମଣି ସାମଲ ଙ୍କ ପୁତ୍ର ଚନ୍ଦ୍ରକାନ୍ତ ସାମଲ , ବେଗୁନିଆ ଗାନ୍ଧୀ ନୀଳକଣ୍ଠ ମିଶ୍ର ଙ୍କ ପୁତ୍ର ଶିବନାରାୟଣ ମିଶ୍ର, ଭଦ୍ରକ ତାଳପଡା ର ବିଶିଷ୍ଟ ସଂଗ୍ରାମୀ କୃପାସିନ୍ଧୁ ଦାଶ ଙ୍କ ନାତୁଣୀ କିରଣ ବାଳା ଦାଶ,ଏରସମା ର ବିଶିଷ୍ଟ ସଂଗ୍ରାମୀ ଭୀମଚରଣ ଦାସ ଙ୍କ ପୁତ୍ର ଶିବବ୍ରତ ଦାସ ଭୁବନେଶ୍ୱର ଲଷ୍ମୀସାଗର ର ବିଶିଷ୍ଟ ସଂଗ୍ରାମୀ ଝୁଲ ଲେଙ୍କା ଙ୍କ ପୁତ୍ର ବିଜୟ ଲେଙ୍କା, ବଡ଼ଚଣା ର ବିଶିଷ୍ଟ ସଂଗ୍ରାମୀ ଭିକାରୀ ଚରଣ ମହାନ୍ତି ଙ୍କ ପୁତ୍ର ପ୍ରମେଶ ମହାନ୍ତି ଏବଂ ବିଶିଷ୍ଟ ସଂଗ୍ରାମୀ ହରି ବାରିକ ଙ୍କ ପୁଅ ହିମାଂଶୁ ବାରିକ ଙ୍କୁ ସଭାପତି ଶ୍ରୀ ନବୀନ ପଟନାୟକ ସମ୍ବର୍ଦ୍ଧିତ କରିଥିଲେ. ଏହି ଅବସରରେ ଉଦବୋଧନ ଦେଇ ସଭାପତି ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟ ର ଗୌରବ ବୃଦ୍ଧି ପାଈଁ କାମ କରିବାକୁ ପରାମର୍ଶ ଦେଇଥିଲେ l ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ପ୍ରାରମ୍ଭ ରେ କବିବର ରାଧାନାଥ ରାୟ ଙ୍କ ପ୍ରସିଦ୍ଧ ସର୍ବେସାଂ ନୋ ଜନନୀ ଭାରତ ସଂଗୀତ ଗାନ କରାଯାଇଥିଲା ଏବଂ ଭକ୍ତକବି ମଧୁସୂଦନ ଦାସ ଙ୍କ ଲୋକପ୍ରିୟ ତୁହି ମା ଜନମ ଭୂମି ପବିତ୍ର ଉତ୍କଳ ଭୂମି ସଂଗୀତ ସହ ସଭା ସାଙ୍ଗ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ବିଜେଡି ବିଧାୟକ , କର୍ମକର୍ତ୍ତା, ଭୁବନେଶ୍ୱର ମେୟର ପୂର୍ବତନ ମନ୍ତ୍ରୀ ବିଧାୟକ,କର୍ପୋରେଟର ଓ ଦଳୀୟ କର୍ମୀ ମାନେ ବହୁସଂଖ୍ୟା ରେ ସାମିଲ ହୋଇ ଭାରତ ମାତାଙ୍କ ବନ୍ଦନା କରିଥିଲେ l ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ସ୍କୁଲ ପିଲା ମାନଙ୍କ ଗହଣ ରେ ପତାକା ଉତ୍ତୋଳନ କରି ଥିଲେ l Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି by Proprietor Abhimanyu Maharana October 15, 2026 ‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍ by Proprietor Abhimanyu Maharana October 15, 2026 ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026