୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l

