ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ

୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

-ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି

-ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୩ ଘଣ୍ଟିଆ ଅରେଞ୍ଜ ଆଲର୍ଟ

-ଖୋର୍ଦ୍ଧା , କଟକ , ଗଂଜାମ , ଗଜପତି , ପୁରୀ , କେନ୍ଦ୍ରାପଡ଼ାକୁ ୱାର୍ଣ୍ଣିଂ

-ଜଗତସିଂହପୁର , ଯାଜପୁର , ଭଦ୍ରକ , କୋରାପୁଟ , ଦେବଗଡ଼କୁ ୱାର୍ଣ୍ଣିଂ !.

-ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

-ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର

-୨/୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ !.୧୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି  5 ଟା 30 ସମୟ ର ପର୍ଯ୍ୟବେକ୍ଷଣ ଅନୁଯାୟୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୁଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l

 

ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟର ବ୍ୟାପ୍ତି ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ରହିବା ସହ ଏହା ବାୟୁମଣ୍ଡଳରେ ଉଚ୍ଚତା ସହ ଦକ୍ଷିଣପଶ୍ଚିମ ଦିଗରେ ଢଳି ରହିଛି  l ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ 2 ରୁ 3 ଦିନ ଯାଏଁ ଗତି କରିବାରେ ସମ୍ଭାବନା ରହିଛି  l

ପ୍ରଭାବ ରେ ରାଜ୍ୟରେ ଆଗାମୀ 24 ଘଣ୍ଟା ମଧ୍ୟରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (7 ରୁ 20 ସେମି) ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର (20 ସେମିରୁ ଅଧିକ) ସମ୍ଭାବନା ମଧ୍ୟ ରହିଛି  l ସେହିପରି ଆସନ୍ତା କାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି  l

Exit mobile version