Home ଓଡ଼ିଶା ଅଗଷ୍ଟ ୨୧ ଭାରତ ବନ୍ଦ ଡାକରା କୁ ସଫଳ କରିବା ପାଇଁ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ଖପ୍ରାଖୋଲ ଶାଖା ତରଫରୁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ଖପ୍ରାଖୋଲ ଶାଖା ପକ୍ଷରୁ ଆହ୍ବାନ କରାଯାଇଛି । ଖପ୍ରାଖୋଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁସୂଚିତ ଜାତି ଏବଂ ଜନଜାତି ସମାଜର ବରିଷ୍ଠ ନାଗରିକ, ଖପ୍ରାଖୋଲ ବ୍ଲକ ଲକ୍ଷେଘର ଗଣ୍ଡା ସମାଜ ର କର୍ମକର୍ତ୍ତା ଏବଂ ଏଲଡିଏ କର୍ମୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଛି । ବନ୍ଦ ପାଳନ ସମୟରେ ସମ୍ପୂର୍ଣ୍ଣ ରୂପେ ଚକ ବନ୍ଦ ରହିବା ସହ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ସମସ୍ତ ଦୋକାନ ବଜ଼ାର ବନ୍ଦ କରି ଶାନ୍ତି ଶୃଙ୍ଖଳା ସହ ଏହାକୁ କିପରି ସଫଳ କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଛି। ବୈଠକରେ କୁହାଯାଇଥିଲା ଯେ, ବାବାସାହେବ ଡ. ଭୀମରାଓ ଆମ୍ବଡେକର ସମ୍ବିଧାନରେ ଅନୁସୂଚିତ ଜାତି ଓ ଜନଜାତି ମାନଙ୍କୁ ଯେଉଁ ଅଧିକାର ଦେଇଛନ୍ତି, ସେଥିରେ କଟାଛଟା କରାଯିବା ଅନୁଚିତ। ସୂଚନାଯୋଗ୍ୟ, ନିକଟରେ ସୁପ୍ରିମକୋର୍ଟ ସରକାରୀ ଚାକିରିରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ରହିଥିବା ସଂରକ୍ଷଣ କୋଟାର ଉପବର୍ଗୀକରଣ କରାଯାଇପାରିବ ବୋଲି ରାୟ ଶୁଣାଇଥିଲେ। ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିରେ ଥିବା ସ୍ଵଚ୍ଛଳ ବର୍ଗଙ୍କୁ ବାଦ୍ ଦେଇ ଅବହେଳିତ, ନିଷ୍ପସିତମାନଙ୍କୁ ଅଧିକ ସଂରକ୍ଷଣ ସୁବିଧା ପ୍ରଦାନ କରିପାରିବେ ବୋଲି ସର୍ବୋଚ୍ଚ ନ୍ୟାୟାଳୟଙ୍କ ୭ ଜଣିଆ ବୃହତ୍ତ ଖଣ୍ଡପୀଠ ରାୟ ଶୁଣାଇଥିଲେ । ଏହାର ବିରୁଦ୍ଧରେ ଏହି ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି । ଏହି ପରିପେକ୍ଷୀରେ ଅଗଷ୍ଟ ୨୧ ତାରିଖ ଦିନ ଶାନ୍ତି ଶୃଙ୍ଖଳା ସହ ବନ୍ଦ ପାଳନ କରିବାକୁ ଖପ୍ରାଖୋଲ ଥାନାଧିକାରୀ ନରେନ୍ଦ୍ର ଛତ୍ରଙ୍କ ସମେତ ଖପ୍ରାଖୋଲ ବଜାର ମହାସଙ୍ଘ ଓ ଡ୍ରାଇଭର ମହାସଂଘଙ୍କୁ ଲିଖିତ ପତ୍ର ଦିଆଯାଇଛି । ଉକ୍ତ ବୈଠକରେ ଅନୁସୂଚିତ ଜାତି ଓ ଜନଜାତି ସମାଜର ବିପ୍ର ବିଶି, ଟିକେଶର ଧରୁଆ, ଲବ ସୁନା, ନିରାକାର ଛୁରା, ଅଶୋକ କୁମାର ବାଗ, ଜଳଧର ତାଣ୍ଡି, ତନ୍ତ୍ର ଧରୁଆ, ତେଜରାଜ ମାଝୀ, ଚନ୍ଦ୍ରଶେଖର ବରିହା ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ । Categories: ଓଡ଼ିଶା, ବଲାଙ୍ଗିର, ହୋମ୍ Related Content Nandan Dwibedi receives Yuva Bharati Samman by Proprietor Abhimanyu Maharana September 22, 2026 ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ by Proprietor Abhimanyu Maharana September 22, 2026 ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ by Proprietor Abhimanyu Maharana September 22, 2026 ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ by Proprietor Abhimanyu Maharana September 22, 2026 ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା by Proprietor Abhimanyu Maharana September 22, 2026 ମାର୍ଗଦର୍ଶିକା ଉଲଂଘନ - ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା by Proprietor Abhimanyu Maharana September 22, 2026