୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ରାଜୀବ ଗାନ୍ଧୀ ଛାତ୍ର ଫୋରମ ଏବଂ ରାଜୀବ ଗାନ୍ଧୀ ଷ୍ଟଡି ସର୍କଲ ମିଳିତ ଆନୁକୁଲ୍ୟରେ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନ ମନ୍ତ୍ରୀ ଶ୍ରୀଯୁକ୍ତ ରାଜୀବ ଗାନ୍ଧୀଙ୍କ ୮୦ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଆୟୋଜିତ ହୋଇସାରିଛି। ଏହି ପରିପ୍ରେକ୍ଷୀରେ ରାଜୀବ ଗାନ୍ଧୀ ଛାତ୍ର ଫୋରମ୍ ପକ୍ଷରୁ ରାଜ୍ୟ ସ୍ତରୀୟ ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ୍, ସ୍କାଉଟ ଭଳି ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସ୍ତରୀୟ ରାଜୀବ ଗାନ୍ଧୀଙ୍କ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି।
