୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପୂର୍ବତନ ବିଧାୟକ ତଥା ସଂଯୋଜକ ମହମ୍ମଦ ମୋକିମଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସରସ୍ଥ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡାମ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ,
