Home ଓଡ଼ିଶା ଚିକିଟି ମଦ ଘଟଣାରେ ସରକାରଙ୍କ କଡ଼ା ଆଭିମୁଖ୍ୟ : ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ – ମନ୍ତ୍ରୀ ଶ୍ରୀ ହରିଚନ୍ଦନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିକଟରେ ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ଶ୍ରୀ ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସଂପର୍କରେ ସବିଶେଷ ତଥ୍ୟ ମାଗିଥିଲେ । ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ । ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକି୍ର ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି । ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I ଏଠାରେ ସୂଚନାଯୋଗ୍ୟ ଯେ ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି । ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋରଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery by Proprietor Abhimanyu Maharana October 15, 2026 ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ ! by Proprietor Abhimanyu Maharana October 15, 2026 ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ by Proprietor Abhimanyu Maharana October 15, 2026 Mass Rally for ADHD Awareness by Proprietor Abhimanyu Maharana October 15, 2026 ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାକୁ ବିଜେଡିର ତୀବ୍ର ନିନ୍ଦା by Proprietor Abhimanyu Maharana October 15, 2026 ଦକ୍ଷତା ବିକାଶକୁ ନେଇ ବିଜେପି ସରକାରଙ୍କୁ ବିଜେଡିର ତୀବ୍ର ସମାଲୋଚନା by Proprietor Abhimanyu Maharana October 15, 2026