Home ଓଡ଼ିଶା ବାରିପଦା ଠାରେ କୃଷି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଲା ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୦୦ରୁ ଉର୍ଦ୍ଧ୍ଵ ଚାରା ରୋପଣ କଲେ ଅଧିକାରୀଗଣ ଏବଂ ସ୍ୱୟଂସହାୟିକା ଗୋଷ୍ଠୀ ମା ମାନେ ୨୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> କେନ୍ଦ୍ର ସରକାର ତଥା ରାଜ୍ୟ ସରକାରଙ୍କର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ (“ପ୍ଲାଣ୍ଟ ଫର ମଦର”) ଅନ୍ତର୍ଗତ, ବୃକ୍ଷରୋପଣ ଅଭିଯାନ ଅବସରରେ ଗୁରୁବାର ପୂର୍ବାହ୍ନରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ ତରଫରୁ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ଏବଂ ବାରିପଦା ବନଖଣ୍ଡ ଅଧିକାରୀ ଶ୍ରୀ ଏ. ଉମା ମହେଶ ଯୋଗ ଦେଇ, ଦେବେନ୍ଦ୍ରପୁର ଅଂଚଳ ନିକଟସ୍ଥ ଉଦ୍ୟାନରେ ଚାରା ରୋପଣ କରି ଗଛ ପ୍ରଜ୍ଞାବାରଣ ପାଇଁ କେତେଯେ ଉପାଦେୟ ସେ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମଲ୍ଲିକ କହିଥିଲେ, ” ଯେପରି ମା’ ଆମ ଜୀବନର ପ୍ରମୁଖ ଅଂଶବିଶେଷ ସେହିଭଳି ବୃକ୍ଷ ମଧ୍ୟ… ଏଣୁ ବୃକ୍ଷ ବଞ୍ଚି ରହିଲେ ବିଶ୍ୱ ତିଷ୍ଠି ରହିବ ଏବଂ ପ୍ରକୃତିର ସୁରକ୍ଷା ଆମର ଦାୟିତ୍ୱ।” ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ସହିତ ବହୁ ସ୍ବେଚ୍ଛାସେବୀ ସଂଗଠନ ମଧ୍ୟ ଯୋଡି ହୋଇ ଏହି ଅଭିଯାନକୁ ସଫଳ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହା ଏକ ସୁନ୍ଦର ଅଭିଯାନ ହୋଇଥିବାରୁ ଏହି କାର୍ଯ୍ୟକ୍ରମକୁ ଜନାଦୃତ କରିବା ନିମନ୍ତେ ସମସ୍ତେ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଜିଲ୍ଲାପାଳ ଶ୍ରୀ ମହେଶ ନିବେଦନ ମଧ୍ୟ କରିଛନ୍ତି। ଏହି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ, ଜିଲ୍ଲା ଉଦ୍ୟାନ ବିଭାଗ ଉପ-ନିର୍ଦ୍ଦେଶକ ଶ୍ରୀ ଟଙ୍କଧର କାଲୋ, କୃଷିବିଜ୍ଞାନ କେନ୍ଦ୍ର ବରିଷ୍ଠ ବୈଜ୍ଞାନିକ, ଡଃ ସଂଘମିତ୍ରା ପଟ୍ଟନାୟକ, ଜିଲ୍ଲା କୃଷି ବିଭାଗୀୟ ଉପ-ନିର୍ଦ୍ଦେଶିକା ମଧୁସ୍ମିତା ଜେନା,ବିଭାଗୀୟ ବନଖଣ୍ଡ କର୍ମକର୍ତ୍ତା, ବିଭିନ୍ନ ସ୍ଵୟଂସହାୟକ ଗୋଷ୍ଠୀର ମହିଳା କର୍ମୀ ମାନେ ଉପସ୍ଥିତ ରହି ବିଭିନ୍ନ ଚାରା ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇ ଅତିରିକ୍ତ ଜିଲ୍ଲାପାଳ, ମୟୂରଭଞ୍ଜ ଭଳି ପ୍ରାକୃତିକ ସୌନ୍ଦର୍ଯ୍ୟ ଘେରା ଅଂଚଳରେ ବୃକ୍ଷର ଆବଶ୍ୟକ ଯେତିକି ବନ୍ୟପ୍ରାଣୀଙ୍କ ର ଆବଶ୍ୟକ ମଧ୍ୟ ସେତିକି। ଏଣୁ ସରକାରଙ୍କର ଯେଉଁ “ମାଆ ପାଇଁ ଗଛ ଟିଏ” ବା ଏକ ପେଡ ମା କେ ନାମ” ଏହି ଯୋଜନାକୁ ସଫଳ ରୂପାୟନ ଦେବା ପାଇଁ ଆମେ ସଦା ସର୍ବଦା ଚେଷ୍ଟିତ ରହିବା ବୋଲି କହିଥିଲେ। ସୂଚନାଯୋଗ୍ୟଯେ, ଆଜିର ଏହି କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ଯୋଜନାରେ ୨୦୦ରୁ ଉର୍ଦ୍ଧ୍ୱ ଚାରା ଦେବେନ୍ଦ୍ରପୁର ଠାରେ ରୋପଣ କରାଯାଇଛି ଏବଂ ଏହାର ଯତ୍ନ ନେବାପାଇଁ ମଧ୍ୟ ବିଭାଗୀୟ କର୍ମକର୍ତା ମାନଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରକାଶ ଥାଉକି ବିଶ୍ୱ ପରିବେଶ ଦିବସ ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏକ ପେଡ ମା କେ ନାମ ( ମା ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଜ୍ୟରେ ମଧ୍ୟ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆହ୍ୱାନ କରିଥିଲେ। ମାତ୍ର ଏହି ଗଛର ଚାର। କୁ କେତେ ମାତ୍ରାରେ ବଞ୍ଚାଇବାରେ ଏହି ବିଭାଗ ସଫଳ ହେବ ତାହା ସମୟ ହିଁ କହିବ। Categories: ଓଡ଼ିଶା, ମୟୁରଭଞ୍ଜ, ହୋମ୍ Related Content ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବରତୃତୀୟସନ୍ଧ୍ୟା by Proprietor Abhimanyu Maharana September 9, 2026 TPNODL launches ‘Solar Rath’ campaign in Baleshwar to accelerate rooftop solar adoption by Proprietor Abhimanyu Maharana September 9, 2026 TPWODL Joins 3rd National Lok Adalat to Facilitate Resolution of Electricity Theft Cases by Proprietor Abhimanyu Maharana September 9, 2026 ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ by Proprietor Abhimanyu Maharana September 9, 2026 ନୂଆ ଓଡ଼ିଆ ଚଳଚ୍ଚିତ୍ର "ଜଙ୍ଖ" ର ଟାଇଟିଲ ଘୋଷଣା by Proprietor Abhimanyu Maharana September 9, 2026 ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା by Proprietor Abhimanyu Maharana September 9, 2026