Home ଓଡ଼ିଶା କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରାପଡା ଜିଲ୍ଲାପରିଷଦର ନବନିର୍ବାଚିତ ଅଧ୍ୟକ୍ଷା ଲିଲିତା ଦାସ ଓ ଜିଲ୍ଲାପରିଷଦ ସଦସ୍ୟ । ମୁଁ ଆପଣ ମାନଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ – ନବୀନ ପଟ୍ଟନାୟକ ୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ । ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଲିଲିତା ଦାସ, ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା ବିରୋଧିଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ l ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ସୁଚନାଯୋଗ୍ୟ ଆଜି ଅନୁଷ୍ଠିତ ନିର୍ବାଚନରେ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ଜିଲ୍ଲାପରିଷଦର ୩୧ ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର । ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି । ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ । ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ଏହି ସାକ୍ଷାତ ସମୟରେ ବିଧାୟକ ପ୍ରତାପ ଦେବ, ବିଧାୟକ ଧ୍ରୁବ ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର, ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଓ ସାଂସଦ ପ୍ରାଥି ଶ୍ରୀ ଅଂଶୁମାନ ମହାନ୍ତି ଙ୍କ ସମେତ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଜନତା ଦଳର ଅନେକ କର୍ମୀ ଉପସ୍ଥିତ ଥିଲେ । Categories: ଓଡ଼ିଶା, କେନ୍ଦ୍ରାପଡା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ by Proprietor Abhimanyu Maharana October 3, 2026 ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026