୨୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ, ଆଜି ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ ହୋଇଛି । ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏଥିପାଇଁ ଗଠିତ କମିଟି ସଦସ୍ୟମାନେ ପାରମ୍ପରିକ ବସ୍ତ୍ର ପରିଧାନ କରି ନିର୍ଦ୍ଧାରିତ ସମୟ ଦିନ 2ଟା ବେଳେ ରତ୍ନଭଣ୍ଡାରକୁ ପ୍ରବେଶ କରିବା ସହ ସ୍ଥାନାନ୍ତରଣ କାର୍ଯ୍ୟ ଆରମ୍ଭ କରିଥିଲେ । ଅପରାହ୍ନ 4ଟା 50 ମିନିଟ୍ ସମୟରେ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଥିଲା ।
