Home ଓଡ଼ିଶା ଗାଜର ଘାସ ସଚେତନତା ସପ୍ତାହ ପାଳନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ପ୍ରତିବର୍ଷପରି ଚଳିତ ବର୍ଷ ମଧ୍ୟ ଗଜପତି ଜ଼ିଲ୍ଲା କୃଷି ବିଜ୍ଞାନ କେନ୍ଦ୍ରଠାରେ ଗାଜର ଘାସ ସଚେତନତା ସପ୍ତାହ ଅଗଷ୍ଟ ମାସ ୧୬ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଇଛି I ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଡ଼: ସଂଗ୍ରାମ ପରମଗୁରୁ, ଉଦ୍ୟାନ କୃଷି ବିଶେଷଜ୍ଞ ଡ଼:ସୁଶ୍ରୀ ଚୌଧୁରୀ, କ୍ଷେତ୍ର ବିଶେଷଜ୍ଞ ଡ: ସଞ୍ଜୀବ କୁମାର ମାଣ୍ଡି, ପାଣିପାଗ ବିଶେଷଜ୍ଞ ଶ୍ରୀ ଜୟଶଙ୍କର ପ୍ରଧାନ ଓ କାର୍ଯ୍ୟକ୍ରମ ସହାୟକ ଶ୍ରୀ ମନୋଜ କୁମାର ସାହୁ ପ୍ରମୁଖ ଯୋଗଦେଇ ଗାଜର ଘାସ କିପରି ମନୁଷ୍ୟ, ଜୀବଜନ୍ତୁ ମାନଙ୍କ ନିମନ୍ତେ କ୍ଷତିକାରକ ତାହା ଉପରେ ସଚେତନ କରାଇଥିଲେ I ଏହି ଘାସକୁ ନିୟନ୍ତ୍ରଣ କରିବାର ବିଭିନ୍ନ ପଦ୍ଧତି ବିଷୟରେ ବିଷଦ ଭାବେ ଆଲୋଚନା କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲାର ପ୍ରାୟ ୮୦ ରୁ ଉର୍ଦ୍ଧ ଚାଷୀ ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ l Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026