୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ସାରା ଦେଶ ପାଳିଛି ପ୍ରଥମ ଜାତୀୟ ମହାକାଶ ଦିବସ l ଗତବର୍ଷ ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ISRO) l ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍ ମିଶନ ଚନ୍ଦ୍ରଯାନ-୩ । ପ୍ରତିଟି ଭାରତୀୟଙ୍କ ଛାତି ଖୁସିରେ ଫୁଲି ଉଠିଥିଲା । ଯାହା କୌଣସି ଦେଶ କରିବାରେ ସକ୍ଷମ ହୋଇନଥିଲା ତାହା କରି ଦେଖାଇଥିଲା ଭାରତ । ଦେଶରେ ବିଶ୍ବର ଏକ ନମ୍ବର ଦେଶ ଭାବେ ବିଶ୍ବବିଦିତ ହୋଇଥିଲା ଭାରତ । ଏହି ଦିନକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଆଜି ଦେଶ ପାଳିଛି ପ୍ରଥମ ଜାତୀୟ ମହାକାଶ ଦିବସ । ଏହି ଐତିହାସିକ ସଫଳତା ସହ ଭାରତ ମହାକାଶ ଗବେଷଣା କ୍ଷେତ୍ରରେ ଚନ୍ଦ୍ରରେ ଅବତରଣ କରିବାରେ ବିଶ୍ବର ୪ର୍ଥ ରାଷ୍ଟ୍ର ଭାବେ ସ୍ଥାନ ପାଇଥିଲା ।

