Home ଓଡ଼ିଶା ରେଡ଼କ୍ରସର ମୂଳମନ୍ତ୍ର, ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଭୟଗିରି :-> ଗୋସାଣି ବ୍ଲକର ଶ୍ରୀ ଭେଙ୍କେଟେଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ମୁଖ୍ୟ ଅତିଥି ରୂପେ ଡାକ୍ତର ପୂର୍ଣ୍ଣ ଚନ୍ଦ୍ର ପାତ୍ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବି ବିଜୟI ଜିଲ୍ଲା କ୍ରୀଡା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର ପାତ୍ର ଜିଲ୍ଲା ଜୁନିଅର ରେଡ଼କ୍ରସ ସମ୍ପାଦକ ଶ୍ରୀ ସିଦ୍ଧାର୍ଥ ଶଙ୍କର ପାଠୀ ରାଜ୍ୟ ପୁରସ୍କୃତ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ, ଜିଲ୍ଲା ରେଡ଼କ୍ରସ ଅଧିକାରୀ ଶ୍ରୀ ସଞ୍ଜୀବ କୁମାର ଦାସ ସମ୍ବଳ ସାଧନ କର୍ମୀ ଶ୍ରୀ ମୁକ୍ତିକାନ୍ତ ମଲ୍ଲିକ ଓ ଶ୍ରୀ ପ୍ରହଲ୍ଲାଦ ଶିହଳ ଯୋଗ ଦେଇଥିଲେ l ଏହି ଶିବିରରେ ଗୋସାଣି ବ୍ଲକର 24ଟି ବିଦ୍ୟାଳୟ ର 24 ଜଣ ପ୍ରଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ l ଏହି ଶିବିରରେ ପ୍ରଶିକ୍ଷାର୍ଥୀ ମାନଙ୍କୁ ରେଡ଼କ୍ରସର ଇତିହାସ, ବିଦ୍ୟାଳୟରେ ରେଡ଼କ୍ରସର ଭୂମିକା, ପରାମର୍ଶଦାତାଙ୍କର କର୍ତ୍ତବ୍ୟ, ସଡ଼କ ସୁରକ୍ଷା, ରକ୍ତ ଦାନ, ବିଦ୍ୟାଳୟ ସୁରକ୍ଷା, ପ୍ରାକୃତିକ ବିପର୍ଯୟ ପ୍ରଶମନ ଓ ପ୍ରାଥମିକ ଚିକିତ୍ସାର ବିଭିନ୍ନ ଦିଗ ଉପରେ ତାଲିମ ପ୍ରଦାନ କରିଥିଲେ l ଗତ 5 ତାରିଖରୁ ଆରମ୍ଭ ହୋଇଥିବା ତାଲିମ ଶିବିର ଆଜି ତା 24/08/24 ରିଖ ରେ ଉଦଯାପନ ହୋଇଯାଇଛି l ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟରେ JRC ର ୟୁନିଟ ଖୋଲି ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରିବା ପାଇଁ ପରାମର୍ଶ ଦିଆଯାଇଥିଲା l ଗାରବନ୍ଧ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ |ଜିଲ୍ଲା ରେଡ଼କ୍ରସ ଅଧିକାରୀ ସଞ୍ଜୀବ କୁମାର ଦାସ ଶିବିର ପରିଚାଳନା କରିଥିଲେ l Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026