Home ଓଡ଼ିଶା ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ବିଦ୍ୟାଳୟ ନିରାପତ୍ତା ଉପରେ ଗୁରୁତ୍ୱ ୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ଗଣ ଶିକ୍ଷା ବିଭାଗରଚିଠି ୭୭୨୬ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକରେ ଆଜି ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ନୀଳାଦ୍ରି ସୁବୁଦ୍ଧି, ହଂସରା ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି l ଏହି ବୈଠକରେ ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ସ୍ଲାସ, ବିଦ୍ୟାଳୟ ନିରାପତ୍ତା, ଯାଦୁଇ ପିଟାରା ବ୍ୟବହାର ଆଦି ବିଷୟରେ ଆଲୋଚନା କରାଯାଇଥିଲା | ଏହା ସହିତ ବିଦ୍ୟା ପ୍ରବେଶ, ଏକକ ଶିକ୍ଷାଦାନ ପଦ୍ଧତି, ବହୁ ଶ୍ରେଣୀୟ ଶିକ୍ଷାଦାନ ପଦ୍ଧତିର ସୋପାନ ବିଷୟରେ ଆଲୋଚନା କରାଯାଇଥିଲା l ଏହା ସହ ବରିଷ୍ଠ ଶିକ୍ଷକ ଅଜୟ କୁମାର ସାହୁ, ଭଗବତ ଜେନା, ଉର୍ମିଳା ଦେଇ ଶିକ୍ଷାଦାନ ପଦ୍ଧତିର ନମୁନା ଶ୍ରେଣୀ ନେଇ ଶିକ୍ଷାଦାନ କରିଥିଲେ l ଏହି ବୈଠକର ଆଲୋଚନା ବିଷୟ ବସ୍ତୁଗୁଡିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଦୈନଦିନ ବିଦ୍ୟାଳୟ ପରିଚାଳନା, ଶ୍ରେଣୀରେ ଶୈକ୍ଷିକ କାର୍ଯ୍ୟ ପରିଚାଳନା ସହ ଛାତ୍ରଛାତ୍ରୀମାନଙ୍କ ଅସୁବିଧାକୁ ଚିହ୍ନଟ କରି ତାର ସମାଧାନରେ ସାହାଯ୍ୟ କରିବ l ଏହି ବୈଠକରେ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଉପସ୍ଥିତ ରହି ପର୍ଯ୍ୟବେକ୍ଷଣର୍ଲା କରିଥିଲେ l ଏହି ବୈଠକରେ କ୍ଲଷ୍ଟରର ୧୦ଟି ବିଦ୍ୟାଳୟରୁ ୧୦ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ l ଶିକ୍ଷକ ସୁକାନ୍ତ କୁମାର ବେହେରା, ପୂର୍ଣଚନ୍ଦ୍ର ପତି, ପାଞ୍ଚାଳୀ ଦେଇ, ଅବସରପ୍ରାପ୍ତ ଶିକ୍ଷକ ମହେନ୍ଦ୍ର ସୁବୁଦ୍ଧି ପ୍ରମୁଖ ବୈଠକ ପରିଚାଳନାରେ ସହଯୋଗ କରିଥିଲେ l ସେହିପରି ଗୌରାଙ୍ଗପୁର, ରଣପୁର, ଗୋପାଳପୁର, ମଝିଆଖଣ୍ଡ, ଚାନ୍ଦପୁର, କେରେଣ୍ଡାଟାଙ୍ଗୀ, ସୁନାଖଳା, କାସନ୍ଦା, କୁଳାସର, ଡମସାହି ସମେତ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି l Categories: ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର by Proprietor Abhimanyu Maharana September 10, 2026 ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana September 10, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ by Proprietor Abhimanyu Maharana September 10, 2026 ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ by Proprietor Abhimanyu Maharana September 10, 2026 Vedanta Aluminium Coal Mines showcases next-generation mining technologies at 6th CLI Expo 2026 by Proprietor Abhimanyu Maharana September 10, 2026 ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ by Proprietor Abhimanyu Maharana September 10, 2026