କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା : ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

୨୫ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :->  ଜନ୍ମାଷ୍ଟମୀ ଓ ବ୍ରହ୍ମଲିନ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ଉପଲକ୍ଷେ କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥି ପାଇଁ ତୁମୁଡ଼ିବନ୍ଧ ସ୍ତିତ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ପରିସରରେ ବ୍ୟାପକ ଆୟୋଜନ କରାଯାଉଛି ।

ଉକ୍ତ ଦିନ ସକାଳୁ ସୂର୍ଯ୍ୟ ପୂଜା ଠାରୁ ଆରମ୍ଭ କରି ତିଳ ତର୍ପଣ କରିବା ପରେ ରାହୁଳ ନଦୀ କୁ ଯାଇ ଜଳେଶ୍ଵର ଶୈବ ପୀଠ ରୁ ୧୦୮କଳସରେ ପବିତ୍ର ଜଳ ସଂଗ୍ରହ କରି ଯଜ୍ଞ ମଣ୍ଡପ କୁ ଆଣିବେ । ଏହା ପରେ ଘୃତ ଯଜ୍ଞ, ନାମ ଯଜ୍ଞ ,୧୦୮ ହନୁମାନ ଚାଳିଶା ପାଠ , ହରି ନାମ ରେ ପ୍ରକମ୍ପିତ ହେବ ଓ ଅନ୍ନ ପ୍ରସାଦ ସେବନ କାର୍ଯକ୍ରମ ରହିଛି ।

ଆଶ୍ରମ ର ଉତ୍ତରାଧିକାରୀ ସ୍ବାମୀ ମୁକ୍ତା ନନ୍ଦ ପୁରୀ ମହାରାଜ ଏହି କାର୍ଯ୍ୟକ୍ରମର ଆୟୋଜନ କରୁଥିବା ବେଳେ ସ୍ବାମୀ ଜୀ ଙ୍କ ଅନୁଗାମୀ ଓ ସ୍ବାମୀଜୀ ଙ୍କ ସ୍ମୃତି ନ୍ୟାସ ପକ୍ଷରୁ ଆୟୋଜନ କରାଯାଉଛି । ପବିତ୍ର ଜନ୍ମାଷ୍ଟମୀ ଅଗଷ୍ଟ ୨୬ ତାରିଖ ସୋମବାର ଦିବା ୧୦ ଘଣ୍ଟିକା ସମୟରେ ଏକ ସ୍ମୃତି ସଭା ଅନୁଷ୍ଠିତ ହେବ ।

ଏହି ସ୍ମୃତି ସଭା ରେ ଓଡିଶା ସରକାରଙ୍କ ପଞ୍ଚାୟତରାଜ, ଗ୍ରାମ୍ୟ ଜଳଯୋଗାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ଯୋଗଦେବା କାର୍ଯକ୍ରମ ରହିଛି ତାଙ୍କ ସହ ବହୁ ସାଧୁସନ୍ଥ ଓ ଅନୁଗାମୀ ଏକାଠି ହେବେ । ଏଥି ପାଇଁ କନ୍ଧମାଳ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

 

Exit mobile version