ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ସମୀକ୍ଷା
କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁ଼ଡ଼ିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ।
ଓଡ଼ିଶାକୁ ଅଧିକ ପ୍ରକଳ୍ପ ମଂଜୁରୀ ପାଇଁ ନାବାର୍ଡକୁ ପରାମର୍ଶ
୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ୨୦୨୪ -୨୫ ଆର୍ଥିକ ବର୍ଷ ନିମନ୍ତେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି (ଆରଆଇଡିଏଫ)ର ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅଧିନରେ ରାଜ୍ୟରେ ୨୦୨୩-୨୪ ମସିହାରେ ଜଳ ସଂପଦ ବିଭାଗ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ଆଦି ବିଭାଗ ଜରିଆରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା, ସଫଳତା ଓ କାର୍ଯ୍ୟ ଅଗ୍ରଗତି ଆଦି ସଂପର୍କରେ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମୀକ୍ଷା କରିଥିଲେ ।
