Home ଓଡ଼ିଶା ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଶାସକ ଦଳ ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରୁଛି ଅଶୋକ ଗେଡିଙ୍କୁ ପ୍ରଲୋଭନ ଦେଖାଇ, ବିଭିନ୍ନ ପ୍ରକାର ଧମକ ଦିଆଯାଇଥିଲା ୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ଓ ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କୁ ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ପର୍ବରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ବିଜେପି ସାରା ଓଡ଼ିଶାରେ ପ୍ରଲୋଭନ ଦେଖାଇ ଓ କ୍ଷମତାର ଦୂରୁପଯୋଗ କରି ବିଜେଡିର ନିର୍ବାଚିତ ପ୍ରତିନିଧିମାନଙ୍କୁ ନେବାକୁ ଚେଷ୍ଟା କରୁଛି । ଆଜି ଅଶୋକ ଗେଡିଙ୍କ ଯୋଗଦାନ ଫଳରେ ବିଶେଷକରି ବରୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ବରୀ ବ୍ଲକର ବିକାଶ ପାଇଁ ବିଜେପି ଯାଇଥିଲି । ଗତ ୧୧ ଦିନ ଭିତରେ ବିକାଶର କୌଣସି ବାସ୍ତବତା ଅନୁଭବ କରିପାରିଲି ନାହିଁ । ବିଜେପିରେ ଖାଲି ଭାଷଣବାଜି ଓ ମିଛ ପ୍ରତିଶ୍ରୁତି ଛଡ଼ା ଆଉ କିଛି ପାଇଲିନି । ତେଣୁ ମୁଁ ପୁଣିଥରେ ବିଜେଡିକୁ ଫେରିଆସିଲି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଗ୍ରହଣ କରିଥିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଜେପି କ୍ଷମତାର ଦୂରୁପଯୋଗ କରି ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରୁଛି । ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡିଙ୍କୁ ବିଭିନ୍ନ ପ୍ରକାର ଚାପ ପ୍ରୟୋଗ କରି ପ୍ରଲୋଭନ ଦେଖାଇ ଓ ବିଭିନ୍ନ ପ୍ରକାର ଧମକ ଦେଇ ଦଳରେ ମିଶାଇ ବାହାବା ନେବାକୁ ଚେଷ୍ଟା କରିଥିଲା ବିଜେପି । ସେ କଥା ଆଜି ଫସର ଫାଟିଯାଇଛି । ବରୀ ବ୍ଲକ ବିକାଶ କଥା ଚିନ୍ତା ନ କରି ବିଜେପି କର୍ମୀ କିଭଳି ଫାଇଦା ପାଇବେ ସେନେଇ ଯୋଜନା କରିଥିଲା ବିଜେପି । ଅଶୋକ କୁମାର ଗେଡି ଏହା ଜାଣିପାରିବା ପରେ ପୁଣି ବିଜେଡି ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ଭରସା କରି ଦଳକୁ ଫେରିଆସିଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ଯାଜପୁର, ରାଜନୀତି, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026