୨୮ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକ୍ କାର୍ଯ୍ୟଳୟ ଠାରେ ନୂତନ ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗ ର ଶୁଣାଣି କରିଛନ୍ତି । ସମୁଦାୟ ୮୦ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ସେଥିମଧ୍ୟରୁ ୪୨ ଟି ବ୍ୟକ୍ତିଗତ ଏବଂ ୩୮ଟି ସାମୁହିକ ଅଭିଯୋଗ ରହିଥିଲା । ବିଶେଷ କରି ପାନୀୟ ଜଳ ସମସ୍ୟା, ଭତ୍ତା, ଆବାସ ଯୋଜନା, ଖାଦ୍ୟ ସୁରକ୍ଷା କାର୍ଡ ସମ୍ପର୍କୀତ ଅଭିଯୋଗ ମଧ୍ୟ ରହିଥିଲା । ରାଇକିଆ ପଞ୍ଚାୟତ ସରପଞ୍ଚ ଗୀତାଞ୍ଜଳୀ ନାୟକ ଅଞ୍ଚଳରେ ପାନୀୟଜଳ ସମସ୍ୟା ନେଇ ଅଭିଯୋଗ କରିଥିଲେ ।
