୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ସ୍ୱାଧୀନତା ପୂର୍ବରୁ ଜନସାଧାରଣଙ୍କୁ ସଚେତନ କରିବା ସମାଜ ତଥା ଦେଶର ବିକାଶ ପାଇଁ ମହାତ୍ମା ଗାନ୍ଧୀ, ଗୋପବନ୍ଧୁ ଦାସ ସମ୍ବାଦପତ୍ର ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚୁଥିଲେ । ସେତେବେଳେ ହାତଗଣତି କେତୋଟି ଖବର କାଗଜ ପ୍ରକାଶ ପାଉଥିଲା । ହେଲେ ଗଠନମୂଳକ ସମ୍ବାଦ ପ୍ରକାଶ ପାଉଥିଲା, ଯାହା ସମାଜର ହିତ ସାଧନ କରୁଥିଲା । ଏବେ ଅନେକ ପରିବର୍ତ୍ତନ ହୋଇଛି । ଡିଜିଟାଲ ସହିତ ସାମାଜିକ ଓ ବୈଦ୍ୟୁତିକ ଗଣମାଧ୍ୟମ ସଙ୍ଗେ ସଙ୍ଗେ ଖବର ପ୍ରକାଶ କରୁଛନ୍ତି ସତ, ହେଲେ ସେଥିରେ ସତ୍ୟତା କେତେ ତାହା ଜାଣିବା ମୁସ୍କିଲ୍ । ଗୋଟିଏ ଖବର କାଗଜର ବୟସ କେତେ ହୋଇଛି ତାହା ବଡ଼କଥା ନୁହେଁ, ଖବର କାଗରେ କେଉଁ ବର୍ଗଙ୍କ ପାଇଁ କଣ ଅଛି ଓ ସମାଜର କେତେ ହିତ ସାଧନ କରୁଛି, ତାହା ଜାଣିବା ଉଚିତ୍ ।
