୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରୁଛି ସାରା ଦେଶ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଆଦିବାସୀ ମହାବିଦ୍ୟାଳୟ ଯାଏଁ ଏବଂ ସେଠାରୁ ପୁଣି ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ସମାପ୍ତ ହୋଇଥିଲା ଏହି ମିନି ମାରାଥନ୍ ।

