ରାଜ୍ୟ ଭିତରେ ମୂଲ୍ୟ ଯୋଗ କରିବା ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
୨୦୨୯ ସୁଦ୍ଧା ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହାସଲ ଲକ୍ଷ୍ୟ : ଶିଳ୍ପ ମନ୍ତ୍ରୀ
୩0 ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ (ୟୁସିସିଆଇଏଲ୍) ପକ୍ଷରୁ ଓଡ଼ିଶା ସରକାରଙ୍କ ଅଣୁ, କ୍ଷୁ୍ଦ୍ର ଓ ମଧ୍ୟମ ଉଦ୍ୟୋଗ ସହଯୋଗିତାରେ ଭୁବନେଶ୍ୱରର ଜନତା ମଇଦାନଠାରେ ଗ୍ଲୋବାଲ ଟ୍ରେଡ ସୋ’ ରିସର୍ଜେଂଟ ଓଡ଼ିଶା ୨୦୨୪ର ଶୁଭାରମ୍ଭ କରାଯାଇଛି । ୨୦୨୪ ଅଗଷ୍ଟ ୩୦ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ଟ୍ରେଡ ସୋ’କୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଏମଏସଏମଇ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ୟୁସିସିଆଇଏଲର ସଭାପତି ଡା. ବ୍ରହ୍ମାନନ୍ଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
