Home ଓଡ଼ିଶା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀଠାରେ ସୁଭଦ୍ରାକୁ ଯୋଜନାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ । ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାରେ ଏହି ଯୁଗାନ୍ତକାରୀ ଯୋଜନାରେ ଯୋଗ୍ୟ ମହିଳା ହିତାଧିକାରୀ ସଚେତନ ହେବା ସହିତ କିପରି ଏହି ଯୋଜନାରେ ସାମିଲ ହୋଇ ସେମାନେ ଉପକୃତ ହେବେ ଏବଂ ଏହା ଜିଲ୍ଲାରେ ସଫଳତା ଭାବେ କିପରି କାର୍ଯ୍ୟକାରୀ ହେବ ସେ ଉପରେ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଯୋଜନା ସମ୍ପର୍କରେ ଅଧିକ ଜାଣିବା ପାଇଁ ହିତାଧିକାରୀମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ,ମୋ ସେବାକେନ୍ଦ୍ର, ଜନସେବା କେନ୍ଦ୍ରକୁ ଯାଇ ସେଠାରେ ମାଗଣାରେ ଉପଲବ୍ଧ ଫର୍ମପୂରଣ କରି ଆବେଦନ କରିପାରିବେ । ଫର୍ମପୂରଣ କରିବା ନିମନ୍ତେ କେବଳ ଆଧାର କାର୍ଡ ଅନୁଯାଇ କରାଯିବ । ଅଧିକ ସୂଚନା ଜାଣିବା ପାଇଁ ସ୍ଥାନୀୟ ସିଡିପିଓ ଙ୍କ କାର୍ଯ୍ୟଳୟରେ ଯୋଗାଯୋଗ କରି ଅଧିକ ସମ୍ପୂର୍ଣ୍ଣ ସହାୟତା ପାଇପାରିବେ । ସେହିପରି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧୁକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ସୁଭଦ୍ରା ଯୋଜନା ସମ୍ପର୍କରେ ବିସ୍ତୃତ ବାଭେ ସୂଚନା ପ୍ରଦାନ ଦେଇଥିଲେ।ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ବୀବ ରାଜ ମଣ୍ଡଳ, ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ , ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ ମହେଶ୍ୱର ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁଙ୍କ ସମେତ ଲାଇନ୍ ବିଭାଗୀୟ ଅଧିକାରୀ ସମେତ ଆଧାର ସହାୟତା କେନ୍ଦ୍ର ଓ ଜନସେବା କେନ୍ଦ୍ରର କର୍ମଚାରୀମାନେ ଯୋଗ ଦେଇଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026