୩୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ବାରିପଦା ଟାଉନ ଥାନାର ଏଏସଆଇ ରାମଚନ୍ଦ୍ର ସୋରେନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଟାଉନ ଥାନାର ଏକ ମାମଲାରେ ସମ୍ପୃକ୍ତଙ୍କ ନାମ କାଟିବା ପାଇଁ ଶନିବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ବାରା ଧରାପଡିଛନ୍ତି । ସୂଚନା ଅନୁଯାୟୀ, ବାରିପଦାର ଶୁଭ୍ରାଂଶୁ ଶେଖର ଦତ୍ତଙ୍କ ଏକ ପରିବାରକ କଳହ ମାମଲା ବହୁ ଦିନ ହେବ ଥାନାରେ ରହିଥିଲା ।

