ବାଲୁଗାଁ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ
0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ବାଲୁଗାଁ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ ରବିବାର ପରିଚାଳନା ପରିଷଦର ସଭାପତି ଇଂ ପ୍ରବାସ କୁମାର ସୁନ୍ଦରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସମାରୋହ ଉଦଘାଟନ କରିବା ପରେ ସେମାନଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯlଇଥିଲା l ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିବା ପରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ l
